5ଏହି ପ୍ରକାରେ ମଣ୍ଡଳୀ-ସମୂହ ବିଶ୍ୱାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା।
6ସେମାନେ ଏସିଆ ଦେଶରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,
7ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆ ପ୍ରଦେଶକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ।
8ସେମାନେ ମୂସିଆ ପାଖ ଦେଇ ତ୍ରୋୟା ସହରକୁ ଆସିଲେ।
9ଆଉ ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଠିଆ ହୋଇ ତାହାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର।