ପ୍ରେରିତ 17

ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟା ନଗରକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୁଦୀମାନଙ୍କ ସମାଜଗୃହକୁ ଗଲେ।

Acts 17:10 (UKJV) And the brethren immediately sent away Paul and Silas by night unto Berea: who coming thither went into the synagogue of the Jews.

8ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ବିଚଳିତ ହେଲେ।

9ପରେ ସେମାନେ ଯାସୋନ ଓ ତାହାଙ୍କ ସଙ୍ଗୀମାନଙ୍କଠାରୁ ଜାମିନ୍ ନେଇ ସେମାନଙ୍କୁ ଛାଡ଼ିଦେଲେ।

10ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟା ନଗରକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୁଦୀମାନଙ୍କ ସମାଜଗୃହକୁ ଗଲେ।

11ଥେସଲନୀକୀ ସହରରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।

12ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ଓ ଗ୍ରୀକ୍‌ମାନଙ୍କ ମଧ୍ୟରୁ ଅନେକ ସମ୍ଭ୍ରାନ୍ତ ମହିଳା ଓ ପୁରୁଷ ମଧ୍ୟ ବିଶ୍ୱାସ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.