12ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ଓ ଗ୍ରୀକ୍ମାନଙ୍କ ମଧ୍ୟରୁ ଅନେକ ସମ୍ଭ୍ରାନ୍ତ ମହିଳା ଓ ପୁରୁଷ ମଧ୍ୟ ବିଶ୍ୱାସ କଲେ।
13କିନ୍ତୁ ଯେତେବେଳେ ଥେସଲନୀକୀ ସହରରେ ଯିହୁଦୀମାନେ ଜାଣିଲେ ଯେ, ଈଶ୍ବରଙ୍କ ବାକ୍ୟ ପାଉଲଙ୍କ ଦ୍ୱାରା ବେରିୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେ ସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ବିଚଳିତ କଲେ।
14ସେଥିରେ ଭାଇମାନେ ଅବିଳମ୍ବରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ।
15କିନ୍ତୁ ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ଘେନିଗଲେ, ସେମାନେ ତାହାଙ୍କୁ ଆଥିନୀ ପର୍ଯ୍ୟନ୍ତ ଆଣିଲେ, ଆଉ ଶୀଲା ଓ ତୀମଥି ଯେପରି ଅତି ଶୀଘ୍ର ତାହାଙ୍କ ନିକଟକୁ ଆସନ୍ତି, ଏହି ଆଜ୍ଞା ପାଇ ସେମାନେ ପ୍ରସ୍ଥାନ କଲେ।
16ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା।