ପ୍ରେରିତ 17

ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା।

Acts 17:16 (UKJV) Now while Paul waited for them at Athens, his spirit was stirred in him, when he saw the city wholly given to idolatry.

14ସେଥିରେ ଭାଇମାନେ ଅବିଳମ୍ବରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ।

15କିନ୍ତୁ ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ଘେନିଗଲେ, ସେମାନେ ତାହାଙ୍କୁ ଆଥିନୀ ପର୍ଯ୍ୟନ୍ତ ଆଣିଲେ, ଆଉ ଶୀଲା ଓ ତୀମଥି ଯେପରି ଅତି ଶୀଘ୍ର ତାହାଙ୍କ ନିକଟକୁ ଆସନ୍ତି, ଏହି ଆଜ୍ଞା ପାଇ ସେମାନେ ପ୍ରସ୍ଥାନ କଲେ।

16ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା।

17ତେଣୁ ସେ ସମାଜଗୃହରେ ଯିହୁଦୀ ଓ ଯିହୁଦୀମତାବଲମ୍ବୀ ଅଣଯିହୁଦୀମାନଙ୍କ ସହିତ, ଆଉ ବଜାର ଛକରେ ପ୍ରତିଦିନ ଯେଉଁମାନଙ୍କ ସାଙ୍ଗରେ ଦେଖା ହେଉଥିଲା, ସେମାନଙ୍କୁ ଉପଦେଶ ଦେଉଥିଲେ।

18ସେଥିରେ ଏପିକୂୂରୀୟ ଓ ସ୍ତୋୟିକ ଦର୍ଶନଶାସ୍ତ୍ରର କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.