ପ୍ରେରିତ 17

ଆଉ ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି, ତିନୋଟି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ,

Acts 17:2 (UKJV) And Paul, as his manner was, went in unto them, and three sabbath days reasoned with them out of the scriptures,

1ପରେ ପାଉଲ ଏବଂ ଶିଲା ଆଂଫିପଲି ଓ ଆପଲ୍ଲୋନିଆ ସହରଗୁଡ଼ିକ ଦେଇ ଯାତ୍ରା କରି ଥେସଲନୀକୀ ସହରକୁ ଆସିଲେ; ସେଠାରେ ଯିହୁଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା।

2ଆଉ ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି, ତିନୋଟି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ,

3ପୁଣି, ଖ୍ରୀଷ୍ଟଙ୍କର ଯେ ଦୁଃଖଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ, ଏହାର ସ୍ପଷ୍ଟ ପ୍ରମାଣ ଦେଲେ।

4ସେଥିରେ ସେମାନଙ୍କ ମଧ୍ୟରୁ କେତେକ ଜଣ ବିଶ୍ୱାସ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ପୁଣି, ଯିହୁଦୀମତାବଲମ୍ବୀ ଗ୍ରୀକ୍‍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ଓ ଅନେକ ଭଦ୍ର ମହିଳା ସେମାନଙ୍କ ସହିତ ଯୋଗ ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.