ପ୍ରେରିତ 17

କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, “ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ।” ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି।

Acts 17:23 (UKJV) For as I passed by, and beheld your devotions, I found an altar with this inscription, TO THE UNKNOWN GOD. Whom therefore all of you ignorantly worship, him declare I unto you.

21ଆଥିନୀ ସହରର ଲୋକ ସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳକ୍ଷେପଣ କରୁ ନ ଥିଲେ।

22ଏଥିରେ ପାଉଲ ଆରିୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥିନୀ ସହରର ଲୋକମାନେ, ଆପଣମାନେ ଯେ ସମସ୍ତ ବିଷୟରେ ବଡ଼ ଦେବ ଭକ୍ତ, ଏହା ମୁଁ ଦେଖୁଅଛି।

23କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, “ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ।” ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି।

24ଯେଉଁ ଈଶ୍ବର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିର-ସମୂହରେ ବାସ କରନ୍ତି ନାହିଁ,

25କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.