ପ୍ରେରିତ 17

କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି।

Acts 17:25 (UKJV) Neither is worshipped with men's hands, as though he needed any thing, seeing he gives to all life, and breath, and all things;

23କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, “ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ।” ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି।

24ଯେଉଁ ଈଶ୍ବର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିର-ସମୂହରେ ବାସ କରନ୍ତି ନାହିଁ,

25କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି।

26ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି,

27ସେମାନେ ଯେପରି ଈଶ୍ବରଙ୍କର ଅନ୍ୱେଷଣ କରି କାଳେ ଦରାଣ୍ଡି ଦରାଣ୍ଡି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.