26ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି,
27ସେମାନେ ଯେପରି ଈଶ୍ବରଙ୍କର ଅନ୍ୱେଷଣ କରି କାଳେ ଦରାଣ୍ଡି ଦରାଣ୍ଡି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାନ୍ତି।
28କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, “କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ।”
29ତେବେ, ଆମ୍ଭେମାନେ ଈଶ୍ବରଙ୍କର ବଂଶ ହେବାରୁ ଈଶ୍ବରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ୍ ନୁହେଁ।
30ଈଶ୍ବର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ-ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;