31କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏହି ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।
32ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା।
33ଏହି ପ୍ରକାରେ ପାଉଲ ସେମାନଙ୍କ ମଧ୍ୟରୁ ବାହାରିଗଲେ।
34କିନ୍ତୁ କୌଣସି କୌଣସି ଲୋକ ତାହାଙ୍କ ସପକ୍ଷ ହୋଇ ବିଶ୍ୱାସ କଲେ; ସେମାନଙ୍କ ମଧ୍ୟରେ ଏରିୟପାଗୀୟ ଦିୟନୂସୀୟ, ଦାମାରି ନାମ୍ନୀ ଜଣେ ମହିଳା ସେମାନଙ୍କ ସହିତ ଆଉ କେତେକ ଲୋକ ଥିଲେ।