ପ୍ରେରିତ 17

ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି।

Acts 17:7 (UKJV) Whom Jason has received: and these all do contrary to the decrees of Caesar, saying that there is another king, one Jesus.

5କିନ୍ତୁ ଯିହୁଦୀମାନେ ଈର୍ଷାରେ ଜଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ଡଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ।

6ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ବିଶ୍ୱାସୀ ଭାଇମାନଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ୱରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରିପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି।

7ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି।

8ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ବିଚଳିତ ହେଲେ।

9ପରେ ସେମାନେ ଯାସୋନ ଓ ତାହାଙ୍କ ସଙ୍ଗୀମାନଙ୍କଠାରୁ ଜାମିନ୍ ନେଇ ସେମାନଙ୍କୁ ଛାଡ଼ିଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.