6ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ବିଶ୍ୱାସୀ ଭାଇମାନଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ୱରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରିପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି।
7ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି।
8ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ବିଚଳିତ ହେଲେ।
9ପରେ ସେମାନେ ଯାସୋନ ଓ ତାହାଙ୍କ ସଙ୍ଗୀମାନଙ୍କଠାରୁ ଜାମିନ୍ ନେଇ ସେମାନଙ୍କୁ ଛାଡ଼ିଦେଲେ।
10ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟା ନଗରକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୁଦୀମାନଙ୍କ ସମାଜଗୃହକୁ ଗଲେ।