ପ୍ରେରିତ 17

ପରେ ସେମାନେ ଯାସୋନ ଓ ତାହାଙ୍କ ସଙ୍ଗୀମାନଙ୍କଠାରୁ ଜାମିନ୍ ନେଇ ସେମାନଙ୍କୁ ଛାଡ଼ିଦେଲେ।

Acts 17:9 (UKJV) And when they had taken security of Jason, and of the other, they let them go.

7ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି।

8ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ବିଚଳିତ ହେଲେ।

9ପରେ ସେମାନେ ଯାସୋନ ଓ ତାହାଙ୍କ ସଙ୍ଗୀମାନଙ୍କଠାରୁ ଜାମିନ୍ ନେଇ ସେମାନଙ୍କୁ ଛାଡ଼ିଦେଲେ।

10ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟା ନଗରକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୁଦୀମାନଙ୍କ ସମାଜଗୃହକୁ ଗଲେ।

11ଥେସଲନୀକୀ ସହରରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.