ପ୍ରେରିତ 18

ପୁଣି, ସେ ସେମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ ଶିକ୍ଷା ଦେଇ ଦେଢ଼ବର୍ଷ ସେଠାରେ ବାସ କଲେ।

Acts 18:11 (UKJV) And he continued there a year and six months, teaching the word of God among them.

9ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ୱାରା ପାଉଲଙ୍କୁ କହିଲେ, “ଭୟ କର ନାହିଁ, ନୀରବ ନ ରହି କଥା କୁହ,

10କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ, କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି।”

11ପୁଣି, ସେ ସେମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ ଶିକ୍ଷା ଦେଇ ଦେଢ଼ବର୍ଷ ସେଠାରେ ବାସ କଲେ।

12କିନ୍ତୁ ଗାଲ୍ଲିୟୋନ୍ ଆଖାୟା ଅଞ୍ଚଳର ଶାସନକର୍ତ୍ତା ଥିବା ସମୟରେ ଯିହୁଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,

13ଏହି ଲୋକଟା ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ବରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ବାଧ୍ୟ କରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.