ପ୍ରେରିତ 18

ମାତ୍ର ଯଦି ଏହିସବୁ କେବଳ ବାକ୍ୟ, ନାମ ଓ ତୁମ୍ଭମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ଅଟେ, ତେବେ ତୁମ୍ଭେମାନେ ନିଜେ ତାହା ବୁଝ; ଆମ୍ଭେ ଏହିସବୁ ବିଷୟରେ ବିଚାରକର୍ତ୍ତା ହେବାକୁ ଇଚ୍ଛା କରୁ ନାହୁଁ।

Acts 18:15 (UKJV) But if it be a question of words and names, and of your law, look all of you to it; for I will be no judge of such matters.

13ଏହି ଲୋକଟା ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ବରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ବାଧ୍ୟ କରେ।

14କିନ୍ତୁ ପାଉଲ ମୁଖ ଫିଟାଇ କଥା କହିବାକୁ ଉଦ୍ୟତ ହୁଅନ୍ତେ, ଗାଲ୍ଲିୟୋନ୍ ଯିହୁଦୀମାନଙ୍କୁ କହିଲେ, କୌଣସି ପ୍ରକାର ଅନ୍ୟାୟ ବା ଦୁଷ୍କର୍ମ ଯଦି ହୋଇଥାଆନ୍ତା, ତେବେ, ହେ ଯିହୁଦୀମାନେ, ଧିର ହୋଇ ତୁମ୍ଭମାନଙ୍କର କଥା ଶୁଣିବା ଯୁକ୍ତିସଙ୍ଗତ ହୋଇଥାଆନ୍ତା,

15ମାତ୍ର ଯଦି ଏହିସବୁ କେବଳ ବାକ୍ୟ, ନାମ ଓ ତୁମ୍ଭମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ଅଟେ, ତେବେ ତୁମ୍ଭେମାନେ ନିଜେ ତାହା ବୁଝ; ଆମ୍ଭେ ଏହିସବୁ ବିଷୟରେ ବିଚାରକର୍ତ୍ତା ହେବାକୁ ଇଚ୍ଛା କରୁ ନାହୁଁ।

16ପୁଣି, ସେ ସେମାନଙ୍କୁ ବିଚାରାସନ ସମ୍ମୁଖରୁ ତଡ଼ିଦେଲେ।

17ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥିନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହି ସମସ୍ତ ବିଷୟରେ ଦୃଷ୍ଟି କଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.