15ମାତ୍ର ଯଦି ଏହିସବୁ କେବଳ ବାକ୍ୟ, ନାମ ଓ ତୁମ୍ଭମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ଅଟେ, ତେବେ ତୁମ୍ଭେମାନେ ନିଜେ ତାହା ବୁଝ; ଆମ୍ଭେ ଏହିସବୁ ବିଷୟରେ ବିଚାରକର୍ତ୍ତା ହେବାକୁ ଇଚ୍ଛା କରୁ ନାହୁଁ।
16ପୁଣି, ସେ ସେମାନଙ୍କୁ ବିଚାରାସନ ସମ୍ମୁଖରୁ ତଡ଼ିଦେଲେ।
17ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥିନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହି ସମସ୍ତ ବିଷୟରେ ଦୃଷ୍ଟି କଲେ ନାହିଁ।
18ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟା ଅଞ୍ଚଳକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟା ସହରରେ ଆପଣା ମସ୍ତକ ମୁଣ୍ଡନ କରାଇଲେ।
19ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ।