17ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥିନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହି ସମସ୍ତ ବିଷୟରେ ଦୃଷ୍ଟି କଲେ ନାହିଁ।
18ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟା ଅଞ୍ଚଳକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟା ସହରରେ ଆପଣା ମସ୍ତକ ମୁଣ୍ଡନ କରାଇଲେ।
19ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ।
20ପୁଣି, ସେମାନେ ତାହାଙ୍କୁ ଅଧିକ ସମୟ ରହିବାକୁ ଅନୁରୋଧ କରନ୍ତେ ସେ ଏକମତ ହେଲେ ନାହିଁ,
21ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ବରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ।