20ପୁଣି, ସେମାନେ ତାହାଙ୍କୁ ଅଧିକ ସମୟ ରହିବାକୁ ଅନୁରୋଧ କରନ୍ତେ ସେ ଏକମତ ହେଲେ ନାହିଁ,
21ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ବରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ।
22କାଇସରିୟାରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ଡଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ।
23ସେ ସ୍ଥାନରେ କେତେକ ସମୟ ରହିଲା ପରେ ସେ ପ୍ରସ୍ଥାନ କଲେ, ପୁଣି, କ୍ରମାନ୍ୱୟେ ଗାଲାତୀୟ ଓ ଫ୍ରୁଗିଆ ଅଞ୍ଚଳଗୁଡ଼ିକ ଦେଇ ଯାତ୍ରା କରୁ କରୁ ଶିଷ୍ୟ ସମସ୍ତଙ୍କୁ ସୁସ୍ଥିର କରୁଥିଲେ।
24ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୁଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକଜାଣ୍ଡ୍ରୀୟ ସହରରେ ଥିଲା; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ।