ପ୍ରେରିତ 18

ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୁଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକଜାଣ୍ଡ୍ରୀୟ ସହରରେ ଥିଲା; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ।

Acts 18:24 (UKJV) And a certain Jew named Apollos, born at Alexandria, an eloquent man, and mighty in the scriptures, came to Ephesus.

22କାଇସରିୟାରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ଡଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ।

23ସେ ସ୍ଥାନରେ କେତେକ ସମୟ ରହିଲା ପରେ ସେ ପ୍ରସ୍ଥାନ କଲେ, ପୁଣି, କ୍ରମାନ୍ୱୟେ ଗାଲାତୀୟ ଓ ଫ୍ରୁଗିଆ ଅଞ୍ଚଳଗୁଡ଼ିକ ଦେଇ ଯାତ୍ରା କରୁ କରୁ ଶିଷ୍ୟ ସମସ୍ତଙ୍କୁ ସୁସ୍ଥିର କରୁଥିଲେ।

24ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୁଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକଜାଣ୍ଡ୍ରୀୟ ସହରରେ ଥିଲା; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ।

25ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ;

26ସେ ସମାଜଗୃହରେ ସାହସ ସହିତ କଥା କହିବାକୁ ଲାଗିଲେ। କିନ୍ତୁ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ କଥା ଶୁଣି ତାହାଙ୍କୁ ଆପଣାମାନଙ୍କ ସାଙ୍ଗରେ ରଖି ଅଧିକ ସୂକ୍ଷ୍ମ ରୂପେ ଈଶ୍ବରଙ୍କ ମାର୍ଗ ବିଷୟ ତାହାଙ୍କୁ ବୁଝାଇଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.