ପ୍ରେରିତ 18

ପୁଣି, ପ୍ରତି ବିଶ୍ରାମବାର ଦିନରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୁଦୀ ଓ ଗ୍ରୀକ୍‍ମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।

Acts 18:4 (UKJV) And he reasoned in the synagogue every sabbath, and persuaded the Jews and the Greeks.

2ଆଉ, ସେ ଆକ୍ୱିଲା ନାମକ ଜଣେ ଯିହୁଦୀଙ୍କ ଦେଖାପାଇଲେ, ପନ୍ତ ସହରରେ ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଲାଉଦିଅ ସମସ୍ତ ଯିହୁଦୀଙ୍କୁ ରୋମରୁ ବାହାରିଯିବାକୁ ଆଜ୍ଞା ଦେଇଥିଲେ। ସେ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଗଲେ,

3ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ୱୁ ନିର୍ମାଣକାରୀ ଥିଲେ।

4ପୁଣି, ପ୍ରତି ବିଶ୍ରାମବାର ଦିନରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୁଦୀ ଓ ଗ୍ରୀକ୍‍ମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।

5ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତାନ୍ତ ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୁଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ।

6କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୁଦୀମାନଙ୍କ ନିକଟକୁ ଯିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.