3ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ୱୁ ନିର୍ମାଣକାରୀ ଥିଲେ।
4ପୁଣି, ପ୍ରତି ବିଶ୍ରାମବାର ଦିନରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୁଦୀ ଓ ଗ୍ରୀକ୍ମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।
5ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତାନ୍ତ ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୁଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ।
6କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୁଦୀମାନଙ୍କ ନିକଟକୁ ଯିବି।
7ସେଥିରେ ସେ ସେ ସ୍ଥାନରୁ ପ୍ରସ୍ଥାନ କରି ତିତସ୍ ଯୂସ୍ତ ନାମକ ଜଣେ ଈଶ୍ବରଭକ୍ତଙ୍କ ଗୃହକୁ ଗଲେ, ତାହା ସମାଜଗୃହକୁ ଲାଗିଥିଲା।