5ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତାନ୍ତ ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୁଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ।
6କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୁଦୀମାନଙ୍କ ନିକଟକୁ ଯିବି।
7ସେଥିରେ ସେ ସେ ସ୍ଥାନରୁ ପ୍ରସ୍ଥାନ କରି ତିତସ୍ ଯୂସ୍ତ ନାମକ ଜଣେ ଈଶ୍ବରଭକ୍ତଙ୍କ ଗୃହକୁ ଗଲେ, ତାହା ସମାଜଗୃହକୁ ଲାଗିଥିଲା।
8କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ଏବଂ ସପରିବାର ପ୍ରଭୁଙ୍କଠାରେ ବିଶ୍ୱାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକ ଶୁଣି ବିଶ୍ୱାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ।
9ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ୱାରା ପାଉଲଙ୍କୁ କହିଲେ, “ଭୟ କର ନାହିଁ, ନୀରବ ନ ରହି କଥା କୁହ,