ପ୍ରେରିତ 19

ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଏସିଆ-ନିବାସୀ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ।

Acts 19:10 (UKJV) And this continued by the space of two years; so that all they which dwelt in Asia heard the word of the Lord Jesus, both Jews and Greeks.

8ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ବରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ।

9କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ।

10ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଏସିଆ-ନିବାସୀ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ।

11ପୁଣି, ଈଶ୍ବର ପାଉଲଙ୍କ ହସ୍ତ ଦ୍ୱାରା ଅସାମାନ୍ୟ ଅଦ୍ଭୁତ କାର୍ଯ୍ୟ ସାଧନ କରୁଥିଲେ,

12ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣା ଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦ-ଆତ୍ମାଗୁଡ଼ାକ ବାହାରିଯାଉଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.