10ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଏସିଆ-ନିବାସୀ ଯିହୁଦୀ ଓ ଗ୍ରୀକ୍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ।
11ପୁଣି, ଈଶ୍ବର ପାଉଲଙ୍କ ହସ୍ତ ଦ୍ୱାରା ଅସାମାନ୍ୟ ଅଦ୍ଭୁତ କାର୍ଯ୍ୟ ସାଧନ କରୁଥିଲେ,
12ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣା ଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦ-ଆତ୍ମାଗୁଡ଼ାକ ବାହାରିଯାଉଥିଲେ।
13କିନ୍ତୁ ଭ୍ରମଣକାରୀ ଯିହୁଦୀ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି।
14ପୁଣି, ସ୍କେବା ନାମକ ଜଣେ ଯିହୁଦୀ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ।