ପ୍ରେରିତ 19

ସେତେବେଳେ ମନ୍ଦ-ଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଗ୍ନ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ।

Acts 19:16 (UKJV) And the man in whom the evil spirit was leaped on them, and overcame them, and prevailed against them, so that they fled out of that house naked and wounded.

14ପୁଣି, ସ୍କେବା ନାମକ ଜଣେ ଯିହୁଦୀ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ।

15ସେଥିରେ ମନ୍ଦ-ଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁଁ; ମାତ୍ର ତୁମ୍ଭେମାନେ କିଏ?

16ସେତେବେଳେ ମନ୍ଦ-ଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଗ୍ନ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ।

17ଏହି କଥା ଏଫିସ ନିବାସୀ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ଜାଣିଲେ। ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ୱିତ ହେବାକୁ ଲାଗିଲା।

18ପୁଣି, ବିଶ୍ୱାସୀମାନଙ୍କ ମଧ୍ୟରୁ ଅନେକେ ଆସି ଆପଣା ଆପଣା କର୍ମ ସ୍ୱୀକାର ଓ ପ୍ରକାଶ କରିବାକୁ ଲାଗିଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.