16ସେତେବେଳେ ମନ୍ଦ-ଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଗ୍ନ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ।
17ଏହି କଥା ଏଫିସ ନିବାସୀ ଯିହୁଦୀ ଓ ଗ୍ରୀକ୍ ସମସ୍ତେ ଜାଣିଲେ। ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ୱିତ ହେବାକୁ ଲାଗିଲା।
18ପୁଣି, ବିଶ୍ୱାସୀମାନଙ୍କ ମଧ୍ୟରୁ ଅନେକେ ଆସି ଆପଣା ଆପଣା କର୍ମ ସ୍ୱୀକାର ଓ ପ୍ରକାଶ କରିବାକୁ ଲାଗିଲେ,
19ଆଉ ଯାଦୁକ୍ରିୟା କରୁଥିବା ଅନେକେ ଆପଣା ଆପଣା ପୁସ୍ତକ ଆଣି ଏକତ୍ର କରି ସମସ୍ତଙ୍କ ସାକ୍ଷାତରେ ପୋଡ଼ିପକାଇଲେ; ସେମାନେ ସେସବୁର ମୂଲ୍ୟ ହିସାବ କରି ତାହା ପଚାଶ ହଜାର ରୂପା ମୁଦ୍ରା ବୋଲି ଦେଖିଲେ।
20ଏହି ପ୍ରକାରେ ପ୍ରଭୁଙ୍କର ବାକ୍ୟ ପରାକ୍ରମରେ ବୃଦ୍ଧି ପାଇବାକୁ ଓ ଜୟଯୁକ୍ତ ହେବାକୁ ଲାଗିଲା।