1ଆପଲ୍ଲ କରିନ୍ଥ ସହରରେ ଥିବା ସମୟରେ ପାଉଲ ପାହାଡ଼ିଆ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ।
2ସେ ସେମାନଙ୍କୁ ପଚାରିଲେ, ବିଶ୍ୱାସ କରିବା ସମୟରେ କଅଣ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କୁ ପାଇଥିଲ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନା ପବିତ୍ର ଆତ୍ମା ଯେ ଦତ୍ତ ହୋଇଅଛନ୍ତି, ତାହା ସୁଦ୍ଧା ଆମ୍ଭେମାନେ ଶୁଣି ନାହୁଁ।
3ତେଣୁ ସେ ପଚାରିଲେ, ତେବେ ତୁମ୍ଭେମାନେ କାହିଁରେ ବାପ୍ତିଜିତ ହୋଇଥିଲ? ସେମାନେ କହିଲେ, ଯୋହନଙ୍କ ବାପ୍ତିସ୍ମରେ।
4ସେଥିରେ ପାଉଲ କହିଲେ, ଯୋହନ ମନ-ପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ।