19ଆଉ ଯାଦୁକ୍ରିୟା କରୁଥିବା ଅନେକେ ଆପଣା ଆପଣା ପୁସ୍ତକ ଆଣି ଏକତ୍ର କରି ସମସ୍ତଙ୍କ ସାକ୍ଷାତରେ ପୋଡ଼ିପକାଇଲେ; ସେମାନେ ସେସବୁର ମୂଲ୍ୟ ହିସାବ କରି ତାହା ପଚାଶ ହଜାର ରୂପା ମୁଦ୍ରା ବୋଲି ଦେଖିଲେ।
20ଏହି ପ୍ରକାରେ ପ୍ରଭୁଙ୍କର ବାକ୍ୟ ପରାକ୍ରମରେ ବୃଦ୍ଧି ପାଇବାକୁ ଓ ଜୟଯୁକ୍ତ ହେବାକୁ ଲାଗିଲା।
21ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନରେ ସ୍ଥିର କରି କହିଲେ ଯେ ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ।
22ପୁଣି, ଯେଉଁମାନେ ତାହାଙ୍କର ସେବା କରୁଥିଲେ, ସେମାନଙ୍କର ମଧ୍ୟରୁ ତୀମଥି ଓ ଏରାଷ୍ଟ, ଏହି ଦୁଇ ଜଣଙ୍କୁ ମାକିଦନିଆକୁ ପ୍ରେରଣ କରି ସେ ଆପେ କିଛି କାଳ ପର୍ଯ୍ୟନ୍ତ ଏସିଆରେ ରହିଲେ।
23ପ୍ରାୟ ସେହି ସମୟରେ ଏହି ମାର୍ଗ ବିଷୟରେ ମହା ଗଣ୍ଡଗୋଳ ଉଠିଲା।