22ପୁଣି, ଯେଉଁମାନେ ତାହାଙ୍କର ସେବା କରୁଥିଲେ, ସେମାନଙ୍କର ମଧ୍ୟରୁ ତୀମଥି ଓ ଏରାଷ୍ଟ, ଏହି ଦୁଇ ଜଣଙ୍କୁ ମାକିଦନିଆକୁ ପ୍ରେରଣ କରି ସେ ଆପେ କିଛି କାଳ ପର୍ଯ୍ୟନ୍ତ ଏସିଆରେ ରହିଲେ।
23ପ୍ରାୟ ସେହି ସମୟରେ ଏହି ମାର୍ଗ ବିଷୟରେ ମହା ଗଣ୍ଡଗୋଳ ଉଠିଲା।
24କାରଣ ଦୀମିତ୍ରୀୟ ନାମକ ଜଣେ ସ୍ୱର୍ଣ୍ଣକାର ଆର୍ତ୍ତେମୀର ରୌପ୍ୟ ମନ୍ଦିର ନିର୍ମାଣ କରୁଥିଲା, ପୁଣି, ଶିଳ୍ପକାରମାନଙ୍କର ଯଥେଷ୍ଟ ଲାଭ କରାଯାଉଥିଲା।
25ସେ ସେମାନଙ୍କୁ ଓ ସେହି ବ୍ୟବସାୟର କାରିଗରମାନଙ୍କୁ ଡାକି କହିଲା, ମହାଶୟମାନେ, ଏହି ବ୍ୟବସାୟ ଦ୍ୱାରା ଆମ୍ଭେମାନେ ଧନ ପ୍ରାପ୍ତ ହେଉ ବୋଲି ଆପଣମାନେ ଜାଣନ୍ତି;
26ଆଉ ହାତ ତିଆରି ଦେବତାମାନେ ଈଶ୍ବର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଏସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।