27ଏଥିରେ ଯେ କେବଳ ଆମ୍ଭମାନଙ୍କ ଏହି ବ୍ୟବସାୟର ଦୁର୍ନାମ ହେବାର ଆଶଙ୍କା ଅଛି, ତାହା ନୁହେଁ, କିନ୍ତୁ ଯେଉଁ ମହାନ ଦେବୀ ଆର୍ତ୍ତେମୀଙ୍କୁ ସମସ୍ତ ଏସିଆ ଓ ଜଗତଯାକ ଉପାସନା କରନ୍ତି, ତାହା ମନ୍ଦିର ମଧ୍ୟ ନଗଣ୍ୟ ହୋଇପଡ଼ିବାର ଓ ତାହାଙ୍କ ମହିମାର ଗ୍ଲାନି ସୁଦ୍ଧା ଘଟିବାର ଆଶଙ୍କା ଅଛି।
28ଏହି କଥା ଶୁଣି ସେମାନେ କ୍ରୋଧରେ ପରିପୂର୍ଣ୍ଣ ହୋଇ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି।
29ଏଥିରେ ନଗରଟି ଗଣ୍ଡଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଆର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ।
30ଏଥିରେ ପାଉଲ ଲୋକମାନଙ୍କ ଭିତରକୁ ଯିବାକୁ ଇଚ୍ଛା କଲେ, କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯିବାକୁ ଦେଲେ ନାହିଁ।
31ଆଉ ଏସିଆର ପ୍ରଧାନ କର୍ମକାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାହାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାହାଙ୍କୁ ଅନୁରୋଧ କଲେ।