ପ୍ରେରିତ 19

ଏଥିରେ ପାଉଲ ଲୋକମାନଙ୍କ ଭିତରକୁ ଯିବାକୁ ଇଚ୍ଛା କଲେ, କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯିବାକୁ ଦେଲେ ନାହିଁ।

Acts 19:30 (UKJV) And when Paul would have entered in unto the people, the disciples suffered him not.

28ଏହି କଥା ଶୁଣି ସେମାନେ କ୍ରୋଧରେ ପରିପୂର୍ଣ୍ଣ ହୋଇ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି।

29ଏଥିରେ ନଗରଟି ଗଣ୍ଡଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଆର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ।

30ଏଥିରେ ପାଉଲ ଲୋକମାନଙ୍କ ଭିତରକୁ ଯିବାକୁ ଇଚ୍ଛା କଲେ, କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯିବାକୁ ଦେଲେ ନାହିଁ।

31ଆଉ ଏସିଆର ପ୍ରଧାନ କର୍ମକାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାହାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାହାଙ୍କୁ ଅନୁରୋଧ କଲେ।

32ସେତେବେଳେ କେହି କେହି ଏ କଥା, କେହି କେହି ବା ସେ କଥା କହି ଚିତ୍କାର କରୁଥିଲେ, କାରଣ ସଭା ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଥିଲା, ଆଉ ସେମାନେ ଯେ କାହିଁକି ଏକତ୍ର ହୋଇଅଛନ୍ତି, ତାହା ଅଧିକାଂଶ ଜାଣି ନ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.