ପ୍ରେରିତ 19

ସେତେବେଳେ କେହି କେହି ଏ କଥା, କେହି କେହି ବା ସେ କଥା କହି ଚିତ୍କାର କରୁଥିଲେ, କାରଣ ସଭା ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଥିଲା, ଆଉ ସେମାନେ ଯେ କାହିଁକି ଏକତ୍ର ହୋଇଅଛନ୍ତି, ତାହା ଅଧିକାଂଶ ଜାଣି ନ ଥିଲେ।

Acts 19:32 (UKJV) Some therefore cried one thing, and some another: for the assembly was confused: and the more part knew not wherefore they were come together.

30ଏଥିରେ ପାଉଲ ଲୋକମାନଙ୍କ ଭିତରକୁ ଯିବାକୁ ଇଚ୍ଛା କଲେ, କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯିବାକୁ ଦେଲେ ନାହିଁ।

31ଆଉ ଏସିଆର ପ୍ରଧାନ କର୍ମକାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାହାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାହାଙ୍କୁ ଅନୁରୋଧ କଲେ।

32ସେତେବେଳେ କେହି କେହି ଏ କଥା, କେହି କେହି ବା ସେ କଥା କହି ଚିତ୍କାର କରୁଥିଲେ, କାରଣ ସଭା ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଥିଲା, ଆଉ ସେମାନେ ଯେ କାହିଁକି ଏକତ୍ର ହୋଇଅଛନ୍ତି, ତାହା ଅଧିକାଂଶ ଜାଣି ନ ଥିଲେ।

33ଆଉ ଯିହୁଦୀମାନେ ଆଲେକ୍‌ଜାଣ୍ଡରକୁ ଆଗକୁ ବାହାର କରି ଆଣିବାରୁ ଲୋକସମୂହ ମଧ୍ୟରୁ କେହି କେହି ତାହାକୁ ମତାଇଲେ; ସେଥିରେ ଆଲେକ୍‌ଜାଣ୍ଡର ହସ୍ତରେ ସଙ୍କେତ କରି ଲୋକମାନଙ୍କ ନିକଟରେ ସେମାନଙ୍କର ପକ୍ଷ ସମର୍ଥନ କରିବାକୁ ଇଚ୍ଛା କଲା।

34କିନ୍ତୁ ସେ ଜଣେ ଯିହୁଦୀ ବୋଲି ଯେତେବେଳେ ସେମାନେ ଜାଣିଲେ, ସେତେବେଳେ ସମସ୍ତେ ଏକସ୍ୱରରେ ପ୍ରାୟ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.