ପ୍ରେରିତ 19

ଅତଏବ ଏହିସବୁ କଥା ଅଖଣ୍ଡନୀୟ ହେବାରୁ ତୁମ୍ଭମାନଙ୍କର ଶାନ୍ତ ହେବା ଓ ଅବିବେଚନାରେ କୌଣସି କର୍ମ ନ କରିବା ଉଚିତ।

Acts 19:36 (UKJV) Seeing then that these things cannot be spoken against, all of you ought to be quiet, and to do nothing rashly.

34କିନ୍ତୁ ସେ ଜଣେ ଯିହୁଦୀ ବୋଲି ଯେତେବେଳେ ସେମାନେ ଜାଣିଲେ, ସେତେବେଳେ ସମସ୍ତେ ଏକସ୍ୱରରେ ପ୍ରାୟ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି।

35ପରେ ନଗର-ବେବର୍ତ୍ତା ଲୋକସମୂହକୁ ଶାନ୍ତ କରାଇ କହିଲେ, ହେ ଏଫିସୀୟ ଲୋକମାନେ, ଏଫିସ ନଗରୀ ଯେ ମହାଦେବୀ ଆର୍ତ୍ତେମୀ ଓ ଆକାଶରୁ ପତିତ ପ୍ରତିମାର ମନ୍ଦିର ପରିଚାରିକା, ଏହା କିଏ ନ ଜାଣେ?

36ଅତଏବ ଏହିସବୁ କଥା ଅଖଣ୍ଡନୀୟ ହେବାରୁ ତୁମ୍ଭମାନଙ୍କର ଶାନ୍ତ ହେବା ଓ ଅବିବେଚନାରେ କୌଣସି କର୍ମ ନ କରିବା ଉଚିତ।

37କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହଁନ୍ତି, କିମ୍ବା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହଁନ୍ତି।

38ଏଣୁ ଯଦି କାହାରି ବିରୁଦ୍ଧରେ ଦୀମିତ୍ରୀୟର ଓ ତାହାର ସଙ୍ଗୀ ଶିଳ୍ପକରମାନଙ୍କର କୌଣସି କଥା ଥାଏ, ତାହାହେଲେ ବିଚାରାଳୟ ଉନ୍ମୁକ୍ତ ଅଛି ଓ ଶାସନକର୍ତ୍ତାମାନେ ଅଛନ୍ତି; ସେମାନେ ପରସ୍ପର ବିରୁଦ୍ଧରେ ଅଭିଯୋଗ କରନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.