ପ୍ରେରିତ 19

କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହଁନ୍ତି, କିମ୍ବା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହଁନ୍ତି।

Acts 19:37 (UKJV) For all of you have brought here these men, which are neither robbers of churches, nor yet blasphemers of your goddess.

35ପରେ ନଗର-ବେବର୍ତ୍ତା ଲୋକସମୂହକୁ ଶାନ୍ତ କରାଇ କହିଲେ, ହେ ଏଫିସୀୟ ଲୋକମାନେ, ଏଫିସ ନଗରୀ ଯେ ମହାଦେବୀ ଆର୍ତ୍ତେମୀ ଓ ଆକାଶରୁ ପତିତ ପ୍ରତିମାର ମନ୍ଦିର ପରିଚାରିକା, ଏହା କିଏ ନ ଜାଣେ?

36ଅତଏବ ଏହିସବୁ କଥା ଅଖଣ୍ଡନୀୟ ହେବାରୁ ତୁମ୍ଭମାନଙ୍କର ଶାନ୍ତ ହେବା ଓ ଅବିବେଚନାରେ କୌଣସି କର୍ମ ନ କରିବା ଉଚିତ।

37କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହଁନ୍ତି, କିମ୍ବା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହଁନ୍ତି।

38ଏଣୁ ଯଦି କାହାରି ବିରୁଦ୍ଧରେ ଦୀମିତ୍ରୀୟର ଓ ତାହାର ସଙ୍ଗୀ ଶିଳ୍ପକରମାନଙ୍କର କୌଣସି କଥା ଥାଏ, ତାହାହେଲେ ବିଚାରାଳୟ ଉନ୍ମୁକ୍ତ ଅଛି ଓ ଶାସନକର୍ତ୍ତାମାନେ ଅଛନ୍ତି; ସେମାନେ ପରସ୍ପର ବିରୁଦ୍ଧରେ ଅଭିଯୋଗ କରନ୍ତୁ।

39କିନ୍ତୁ ଯଦି ତୁମ୍ଭମାନଙ୍କର ଅନ୍ୟ କୌଣସି ଦାବି ଥାଏ, ତେବେ ନିୟମିତ ସାଧାରଣ ସଭାରେ ତାହାର ମୀମାଂସା ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.