37କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହଁନ୍ତି, କିମ୍ବା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହଁନ୍ତି।
38ଏଣୁ ଯଦି କାହାରି ବିରୁଦ୍ଧରେ ଦୀମିତ୍ରୀୟର ଓ ତାହାର ସଙ୍ଗୀ ଶିଳ୍ପକରମାନଙ୍କର କୌଣସି କଥା ଥାଏ, ତାହାହେଲେ ବିଚାରାଳୟ ଉନ୍ମୁକ୍ତ ଅଛି ଓ ଶାସନକର୍ତ୍ତାମାନେ ଅଛନ୍ତି; ସେମାନେ ପରସ୍ପର ବିରୁଦ୍ଧରେ ଅଭିଯୋଗ କରନ୍ତୁ।
39କିନ୍ତୁ ଯଦି ତୁମ୍ଭମାନଙ୍କର ଅନ୍ୟ କୌଣସି ଦାବି ଥାଏ, ତେବେ ନିୟମିତ ସାଧାରଣ ସଭାରେ ତାହାର ମୀମାଂସା ହେବ।
40କାରଣ ପ୍ରକୃତରେ ଆଜିର ଗଣ୍ଡଗୋଳ ଘେନି ଆମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ ହେବାର ଆଶଙ୍କା ଅଛି; ଆମ୍ଭେମାନେ ଏହି ଗଣ୍ଡଗୋଳର କୌଣସି କାରଣ ଦେଖାଇ ପାରିବୁ ନାହିଁ।
41ଏହା କହି ସେ ସଭାସ୍ଥ ସମସ୍ତଙ୍କୁ ବିଦାୟ ଦେଲେ।