ପ୍ରେରିତ 19

ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ।

Acts 19:6 (UKJV) And when Paul had laid his hands upon them, the Holy Spirit came on them; and they spoke with tongues, and prophesied.

4ସେଥିରେ ପାଉଲ କହିଲେ, ଯୋହନ ମନ-ପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍‍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ।

5ସେମାନେ ଏହା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ,

6ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ।

7ସେମାନେ ସମସ୍ତେ ପ୍ରାୟ ବାର ଜଣ ପୁରୁଷ ଥିଲେ।

8ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ବରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.