5ସେମାନେ ଏହା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ,
6ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ।
7ସେମାନେ ସମସ୍ତେ ପ୍ରାୟ ବାର ଜଣ ପୁରୁଷ ଥିଲେ।
8ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ବରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ।
9କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ।