8ତେବେ, ଆମ୍ଭେମାନେ କିପରି ପ୍ରତ୍ୟେକ ଜଣ ଆପଣା ଆପଣା ଜନ୍ମଭୂମିର ଭାଷାରେ କଥା ଶୁଣୁଅଛୁ?
9ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି, ମେସୋପଟାମିଆ, ଯିହୂଦିୟା ପ୍ରଦେଶ, କାପ୍ପାଦକିଆ, ପନ୍ତ ଓ ଏସିଆ,
10ଫ୍ରୁଗିଆ ଓ ପଂଫୂଲିଆ, ମିସର ଓ କୂରୀଣୀ ନିକଟବର୍ତ୍ତୀ ଲିବିଆ ଅଞ୍ଚଳ ନିବାସୀ ଏବଂ ରୋମରୁ ଆସିଥିବା ଯିହୁଦୀ ଓ ଯିହୁଦୀ ଧର୍ମାବଲମ୍ବୀ ପ୍ରବାସୀ,
11ପୁଣି, ଆମ୍ଭେମାନେ କ୍ରୀତୀୟ ଓ ଆରବୀୟ ଲୋକେ, ଆପଣା ଆପଣା ଭାଷାରେ ଏମାନଙ୍କୁ ଈଶ୍ବରଙ୍କ ମହତ ମହତ କର୍ମର କଥା କହିବା ଶୁଣୁଅଛୁ।
12ଆଉ, ସମସ୍ତେ ଆଚମ୍ଭିତ ଓ ଅବାକ୍ ହୋଇ ପରସ୍ପର କହିବାକୁ ଲାଗିଲେ, ଏହାର ଅର୍ଥ କଅଣ?