13କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି।
14କିନ୍ତୁ ପିତର ଏଗାର ଜଣ ପ୍ରେରିତମାନଙ୍କ ସହିତ ଠିଆ ହୋଇ ଉଚ୍ଚସ୍ୱରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୁଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ।
15କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି, ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର।
16କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ୱାରା ଯାହା ଉକ୍ତ ଅଛି, ଏହା ସେହି ଘଟଣା ଅଟେ;
17ଈଶ୍ବର କହନ୍ତି, ଶେଷକାଳରେ ଏପରି ଘଟିବ ଯେ, ଆମ୍ଭେ ସମସ୍ତ ମନୁଷ୍ୟ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ତୁମ୍ଭମାନଙ୍କ ପୁତ୍ରକନ୍ୟାମାନେ ଭାବବାଣୀ କହିବେ, ଆଉ ତୁମ୍ଭମାନଙ୍କର ଯୁବାମାନେ ଦର୍ଶନ ପାଇବେ, ପୁଣି, ତୁମ୍ଭମାନଙ୍କର ପ୍ରାଚୀନମାନେ ସ୍ୱପ୍ନ ଦେଖିବେ।