15କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି, ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର।
16କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ୱାରା ଯାହା ଉକ୍ତ ଅଛି, ଏହା ସେହି ଘଟଣା ଅଟେ;
17ଈଶ୍ବର କହନ୍ତି, ଶେଷକାଳରେ ଏପରି ଘଟିବ ଯେ, ଆମ୍ଭେ ସମସ୍ତ ମନୁଷ୍ୟ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ତୁମ୍ଭମାନଙ୍କ ପୁତ୍ରକନ୍ୟାମାନେ ଭାବବାଣୀ କହିବେ, ଆଉ ତୁମ୍ଭମାନଙ୍କର ଯୁବାମାନେ ଦର୍ଶନ ପାଇବେ, ପୁଣି, ତୁମ୍ଭମାନଙ୍କର ପ୍ରାଚୀନମାନେ ସ୍ୱପ୍ନ ଦେଖିବେ।
18ହଁ, ସେହି କାଳରେ ଆମ୍ଭେ ନିଜ ଦାସଦାସୀ, ଉଭୟ ପୁରୁଷ ଓ ସ୍ତ୍ରୀମାନଙ୍କ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ସେମାନେ ଭାବବାଣୀ କହିବେ।
19ଆମ୍ଭେ ଊର୍ଦ୍ଧ୍ୱସ୍ଥ ଆକାଶରେ ନାନା ଅଦ୍ଭୁତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା।