17ଈଶ୍ବର କହନ୍ତି, ଶେଷକାଳରେ ଏପରି ଘଟିବ ଯେ, ଆମ୍ଭେ ସମସ୍ତ ମନୁଷ୍ୟ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ତୁମ୍ଭମାନଙ୍କ ପୁତ୍ରକନ୍ୟାମାନେ ଭାବବାଣୀ କହିବେ, ଆଉ ତୁମ୍ଭମାନଙ୍କର ଯୁବାମାନେ ଦର୍ଶନ ପାଇବେ, ପୁଣି, ତୁମ୍ଭମାନଙ୍କର ପ୍ରାଚୀନମାନେ ସ୍ୱପ୍ନ ଦେଖିବେ।
18ହଁ, ସେହି କାଳରେ ଆମ୍ଭେ ନିଜ ଦାସଦାସୀ, ଉଭୟ ପୁରୁଷ ଓ ସ୍ତ୍ରୀମାନଙ୍କ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ସେମାନେ ଭାବବାଣୀ କହିବେ।
19ଆମ୍ଭେ ଊର୍ଦ୍ଧ୍ୱସ୍ଥ ଆକାଶରେ ନାନା ଅଦ୍ଭୁତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା।
20ପ୍ରଭୁଙ୍କର ମହତ ଓ ପ୍ରସିଦ୍ଧ ଦିନର ଆଗମନ ପୂର୍ବରେ, ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତମୟ ହୋଇଯିବ।
21ଆଉ, ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ।