19ଆମ୍ଭେ ଊର୍ଦ୍ଧ୍ୱସ୍ଥ ଆକାଶରେ ନାନା ଅଦ୍ଭୁତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା।
20ପ୍ରଭୁଙ୍କର ମହତ ଓ ପ୍ରସିଦ୍ଧ ଦିନର ଆଗମନ ପୂର୍ବରେ, ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତମୟ ହୋଇଯିବ।
21ଆଉ, ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ।
22ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ବର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି, ଏହା ଅାପଣମାନେ ନିଜେ ଜାଣନ୍ତି;
23ସେହି ବ୍ୟକ୍ତି ଈଶ୍ବରଙ୍କ ନିରୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାର୍ପଣ କରି ବଧ କରିଥିଲେ;