ପ୍ରେରିତ 2

ସେହି ବ୍ୟକ୍ତି ଈଶ୍ବରଙ୍କ ନିରୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାର୍ପଣ କରି ବଧ କରିଥିଲେ;

Acts 2:23 (UKJV) Him, being delivered by the determinate counsel and foreknowledge of God, all of you have taken, and by wicked hands have crucified and slain:

21ଆଉ, ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ।

22ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ବର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି, ଏହା ଅାପଣମାନେ ନିଜେ ଜାଣନ୍ତି;

23ସେହି ବ୍ୟକ୍ତି ଈଶ୍ବରଙ୍କ ନିରୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାର୍ପଣ କରି ବଧ କରିଥିଲେ;

24କିନ୍ତୁ ଈଶ୍ବର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ।

25ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, “‘ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.