26ତେଣୁ ମୋହର ହୃଦୟ ପ୍ରଫୁଲ୍ଲ ଓ ମୋହର ଜିହ୍ୱା ଉଲ୍ଲସିତ ହେଲା, ଆହୁରି ମୋହର ଶରୀର ମଧ୍ୟ ଭରସାରେ ବାସ କରିବ,
27କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ।
28ତୁମ୍ଭେ ମୋତେ ଜୀବନର ପଥ ଜ୍ଞାତ କରାଇଅଛ, ତୁମ୍ଭେ ଆପଣା ଛାମୁରେ ମୋତେ ଆନନ୍ଦରେ ପୂର୍ଣ୍ଣ କରିବ।’”
29ହେ ଭାଇମାନେ, ପିତୃକୁଳପତି ଦାଉଦଙ୍କ ବିଷୟରେ ମୁଁ ଆପଣମାନଙ୍କୁ ମୁକ୍ତ କଣ୍ଠରେ କହିପାରେ ଯେ, ସେ ମଲେ, ପୁଣି, ସମାଧିପ୍ରାପ୍ତ ହେଲେ, ଆଉ ତାଙ୍କର ସମାଧି-ସ୍ଥାନ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ମଧ୍ୟରେ ଅଛି।
30ରାଜା ଦାଉଦ ଜଣେ ଭାବବାଦୀ ଭାବରେ ତାହାଙ୍କର ଔରସଜାତ ଜଣଙ୍କୁ ତାହାଙ୍କ ସିଂହାସନରେ ବସାଇବା ପାଇଁ ଈଶ୍ବର ତାହାଙ୍କ ନିକଟରେ ଶପଥ କରି ପ୍ରତିଜ୍ଞା କରିଥିଲେ ବୋଲି ଜାଣିଥିଲେ।