31ଏହା ଜାଣିବାରୁ ସେ ଭବିଷ୍ୟତ ଦର୍ଶନ ଦ୍ୱାରା ଖ୍ରୀଷ୍ଟଙ୍କର ପୁନରୁତ୍ଥାନ ବିଷୟରେ କହିଥିଲେ, କାରଣ ସେ ପାତାଳରେ ପରିତ୍ୟକ୍ତ ହେଲେ ନାହିଁ, କିଅବା ତାହାଙ୍କ ଶରୀର କ୍ଷୟ ପାଇଲା ନାହିଁ।
32ଏହି ଯୀଶୁଙ୍କୁ ଈଶ୍ବର ଉଠାଇଅଛନ୍ତି, ସେହି ବିଷୟରେ ଆମ୍ଭେମାନେ ସମସ୍ତେ ସାକ୍ଷୀ।
33ଅତଏବ, ଈଶ୍ବର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପିତାଙ୍କ ଦ୍ୱାରା ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
34କାରଣ ଦାଉଦ ରାଜା ସ୍ୱର୍ଗାରୋହଣ କରି ନ ଥିଲେ, କିନ୍ତୁ ସେ ନିଜେ କହନ୍ତି, “ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,
35‘ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’”