34କାରଣ ଦାଉଦ ରାଜା ସ୍ୱର୍ଗାରୋହଣ କରି ନ ଥିଲେ, କିନ୍ତୁ ସେ ନିଜେ କହନ୍ତି, “ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,
35‘ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’”
36ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ବର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି।
37ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା?
38ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।