37ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା?
38ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।
39କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ।”
40ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ।”
41ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।