ପ୍ରେରିତ 2

ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।

Acts 2:4 (UKJV) And they were all filled with the Holy Spirit, and began to speak with other tongues, as the Spirit gave them utterance.

2ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍‍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା,

3ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଓହ୍ଲାଇ ଆସିଲା।

4ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।

5ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୁଦୀମାନେ ଆସି ଯିରୂଶାଲମ ସହରରେ ବାସ କରୁଥିଲେ।

6ଆଉ, ସେହି ଶବ୍ଦ ହୁଅନ୍ତେ, ବହୁ ଜନତା ଏକାଠି ହୋଇ ପ୍ରତ୍ୟେକ ଜଣ ଆପଣା ଆପଣା ଭାଷାରେ ସେମାନଙ୍କୁ କଥା କହୁଥିବା ଶୁଣିବାରୁ ଅବାକ୍ ହୋଇଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.