ପ୍ରେରିତ 2

ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ।

Acts 2:44 (UKJV) And all that believed were together, and had all things common;

42ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ।

43ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା।

44ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ।

45ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ।

46ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ବରଙ୍କ ପ୍ରଶଂସା କରୁଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.