45ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ।
46ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ବରଙ୍କ ପ୍ରଶଂସା କରୁଥିଲେ।
47ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ।