5ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୁଦୀମାନେ ଆସି ଯିରୂଶାଲମ ସହରରେ ବାସ କରୁଥିଲେ।
6ଆଉ, ସେହି ଶବ୍ଦ ହୁଅନ୍ତେ, ବହୁ ଜନତା ଏକାଠି ହୋଇ ପ୍ରତ୍ୟେକ ଜଣ ଆପଣା ଆପଣା ଭାଷାରେ ସେମାନଙ୍କୁ କଥା କହୁଥିବା ଶୁଣିବାରୁ ଅବାକ୍ ହୋଇଗଲେ।
7ପୁଣି, ସେମାନେ ଆଚମ୍ଭିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ, ଏହି ଯେଉଁ ଲୋକମାନେ କଥା କହୁଛନ୍ତି, ସେମାନେ ସମସ୍ତେ କଅଣ ଗାଲିଲୀୟ ନୁହଁନ୍ତି?
8ତେବେ, ଆମ୍ଭେମାନେ କିପରି ପ୍ରତ୍ୟେକ ଜଣ ଆପଣା ଆପଣା ଜନ୍ମଭୂମିର ଭାଷାରେ କଥା ଶୁଣୁଅଛୁ?
9ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି, ମେସୋପଟାମିଆ, ଯିହୂଦିୟା ପ୍ରଦେଶ, କାପ୍ପାଦକିଆ, ପନ୍ତ ଓ ଏସିଆ,